
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ କରୋନାରେ ୧୦ ଜଣଙ୍କର ମୃତ୍ୟୁ ଘଟିିଛି । ଏହା ସହିତ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୦୧୭ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବୌଦ୍ଧ ଜଣେ ୪୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ଗଂଜାମ ଜିଲ୍ଲାର ଜଣେ ୬୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଖୋର୍ଧା ଜିଲ୍ଲାର ଜଣେ ୩୫ ବର୍ଷୀୟା କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ପୁରୀ ଜିଲ୍ଲାର ଜଣେ ୮୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଅନ୍ୟ ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ରାୟଗଡା ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ରାୟଗଡା ଜିଲ୍ଲାର ଜଣେ ୪୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ଓ ଜଣେ ୫୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଅନ୍ୟ ଜଣେ ୬୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO