-
ପଦ୍ମଭୂଷଣ ମନୋଜ ଦାସଙ୍କ ମରଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ପୁଡୁଚେରୀ ଉପରାଜ୍ୟପାଳଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ପୁଡୁଚେରୀ ଉପରାଜ୍ୟପାଳ ତାମିଲିସାଇ ସୁନ୍ଦରରାଜନଙ୍କ ସହ ମଧ୍ୟ ଫୋନ୍ ଯୋଗେ କଥା ହୋଇ ସାରସ୍ୱତ ସାଧକ ସ୍ୱର୍ଗତ ଦାସଙ୍କ ମରଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଥିବା ଟ୍ୱିଟ୍ କରିଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଆ ଭାଷା, ଭାରତୀୟ ଓ ବିଦେଶୀ ଭାଷାରେ ତାଙ୍କର କାଳଜୟୀ ସୃଷ୍ଟି ପାଇଁ ସେ ଅନେକ ସମ୍ମାନର ଅଧିକାରୀ ହୋଇଥିଲେ ।
ସାରସ୍ୱତ ସାଧକ ଶ୍ରୀ ଦାସଙ୍କ ବିୟୋଗରେ ଓଡ଼ିଶା ତଥା ଭାରତ ସାହିତ୍ୟ ଜଗତରେ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହୋଇଛି । ଶ୍ରୀ ଦାସଙ୍କ ପରିବାର ସଦସ୍ୟା ଡା. ରଞ୍ଜିତା ଦାସଙ୍କ ସହ ଫୋନରେ କଥା ହୋଇ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କଲି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO