ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୬୦,୯୬୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩୨୯୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୯୭,୨୬୭ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯,୭୮,୭୦୯ ଥିବା ବେଳେ ବର୍ତମାନ ସୁଦ୍ଧା ୨,୦୧,୧୮୭ ଜଣ ମୃତ୍ୟୁ ବରଣ କରିଛନ୍ତି ।