ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୮୩୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୭୧୨୦୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୫୫୨୪୫ ରହିଛି । ଆଜି ଚିହ୍ନଟ ହୋଇଥିବା ୮୩୮୬ ଜଣଙ୍କ ମଧ୍ୟରୁ ୪୭୮୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬୦୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୮୪୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୪୭ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୨ ଜଣ, ବରଗଡ଼ରୁ ୨୫୭ ଜଣ, ଭଦ୍ରକରୁ ୬୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩୫୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୮୩, କଟକରୁ ୪୯୬ ଜଣ, ଦେବଗଡ ଜିଲ୍ଲାରୁ ୬୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ ଜଣ, ଗଜପତି ଜିଲ୍ଲାରୁ ୯୬, ଗଞ୍ଜାମରୁ ୨୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୨୯ ଜଣ, ଯାଜପୁରରୁ ୨୭୦ ଜଣ, ଝାରସୁଗୁଡ଼ାରୁ ୪୩୩ ଜଣ, କଳାହାଣ୍ଡିରୁ ୧୨୬ ଜଣ, କନ୍ଧମାଳ ଜିଲ୍ଲାରୁ ୫୩ ଜଣ. କେନ୍ଦ୍ରାପଡ଼ାରୁ ୪୯ ଜଣ, କେନ୍ଦୁଝରରୁ ୧୭୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୮୪୦ ଜଣ, କୋରାପୁଟରୁ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୮୯ ଜଣ, ନବରଙ୍ଗପୁରରୁ ୩୮୮ ଜଣ, ନୟାଗଡ଼ରୁ ୧୨୨ ଜଣ, ନୂଆପଡ଼ାରୁ ୨୩୩ ଜଣ, ପୁରୀରୁ ୨୫୯ ଜଣ, ରାୟଗଡ଼ାରୁ ୭୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୦୭ ଜଣ, ସୋନପୁରରୁ ୬୭ ଜଣ, ସୁନ୍ଦରଗଡ଼ରୁ ୯୩୩ ଜଣ ଓ ଷ୍ଟେଟ୍ ପୁଲରୁ ୩୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।