ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୬,୧୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୭୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୭୦,୩୦୧ ହୋଇଛି ।
ଉତର ପ୍ରଦେଶରେ ୩୫,୧୫୬ କରୋନା ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୩୫,୧୫୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୩,୦୯,୨୩୭ ସକ୍ରିୟ ମାମଲା ରହିଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୨୩୮ ଜଣଙ୍କର ମୃତ୍ୟୁ ଘଟିଛି ।