
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୦୪୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୪୬୦୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୮୫୪୧୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୬୭୦୮୬ ରହିଛି । ଆଜି ଚିହ୍ନଟ ହୋଇଥିବା ୧୦୪୧୩ ଜଣଙ୍କ ମଧ୍ୟରୁ ୫୮୮୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୫୨୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୭୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୨୪ ଜଣ, ବରଗଡ଼ରୁ ୫୧୧ ଜଣ, ଭଦ୍ରକରୁ ୨୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ବୌଦ୍ଧ ଜିଲ୍ଲାରୁ ୮୭, କଟକରୁ ୮୨୮ ଜଣ, ଦେବଗଡ ଜିଲ୍ଲାରୁ ୧୦୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ ଜଣ, ଗଜପତି ଜିଲ୍ଲାରୁ ୧୫୬, ଗଞ୍ଜାମରୁ ୨୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୪୧ ଜଣ, ଯାଜପୁରରୁ ୩୩୨ ଜଣ, ଝାରସୁଗୁଡ଼ାରୁ ୪୪୨ ଜଣ, କଳାହାଣ୍ଡିରୁ ୩୭୬ ଜଣ, କନ୍ଧମାଳ ଜିଲ୍ଲାରୁ ୫୫ ଜଣ. କେନ୍ଦ୍ରାପଡ଼ାରୁ ୭୭ ଜଣ, କେନ୍ଦୁଝରରୁ ୧୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୭୯୬ ଜଣ, କୋରାପୁଟରୁ ୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୪୭ ଜଣ, ନବରଙ୍ଗପୁରରୁ ୩୭୮ ଜଣ, ନୟାଗଡ଼ରୁ ୨୧୮ ଜଣ, ନୂଆପଡ଼ାରୁ ୪୧୮ ଜଣ, ପୁରୀରୁ ୫୨୩ ଜଣ, ରାୟଗଡ଼ାରୁ ୨୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୨୬ ଜଣ, ସୋନପୁରରୁ ୧୩୦ ଜଣ, ସୁନ୍ଦରଗଡ଼ରୁ ୧୧୦୦ ଜଣ ଓ ଷ୍ଟେଟ୍ ପୁଲରୁ ୩୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।