
ମାଲକାନଗିରି,ମାଲକାନଗିରି ଜିଲ୍ଲାରେ ନୂଆ ୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତରଙ୍କୁ କୋଭଡ୍ ହସ୍ପିଟାଲ ଓ ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରଖାଯାଇ ସେମାନଙ୍କ ସ୍ୱାସ୍ଥ୍ୟ ପ୍ରତି ଦୃଷ୍ଟି ଦିଆଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୫୯୮ କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ ୫୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତମାନ ଜିଲ୍ଲାରେ ସକ୍ରିୟ ମାମଲା ୨୫୧ ରହିଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫ ରହିଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ରହିଛନ୍ତି ମାଲକାନଗିରି ପୌରାଚଂଳରୁ ୮ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୩ ଜଣ, ମାଲକାନଗିରି ବ୍ଲକରୁ ୫ ଜଣ, କୋରକୋଣ୍ଡା ବ୍ଲକରୁ ୮ ଜଣ, ମାଥିଲି ବ୍ଲକରୁ ୯ ଜଣ, କାଲିମେଳା ବ୍ଲକରୁ ୫ ଜଣ, ଖଇରପୁଟ ବ୍ଲକରୁ ୯ ଜଣ, ଚିତ୍ରକୋଣ୍ଡା ବ୍ଲକରୁ ଜଣେ ଓ ପଡ଼ିଆ ବ୍ଲକରୁ ୬ ଜଣ ଆକ୍ରାନ୍ତ ରହିଛନ୍ତି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ୪ ଜଣ କରୋନା ଯୋଦ୍ଧା ରହିଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଜଣ ସଂକ୍ରମିତ ହୋଇଥିବା ବେଳେ ଆଉ ୫୨ ଜଣ କ୍ଲିନିକାଲ୍ ରେଫର୍ ହେବା ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO