ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୧୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗତକାଲି ୧୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହିତ ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକ ଜଣକ ୫୫ ବର୍ଷିୟ ପୁରୁଷ । ଏହାକୁ ମିଶାଇ ଇତିମଧ୍ୟରେ କରୋନାର ଦ୍ୱିତୀୟ ଲହରରେ ଅଦ୍ୟାବଧି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୨ ରହିଥିବା ବେଳେ ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୦ ରହିଛି ।