ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ବୋଲି ଘୋଷଣା କରିଛନ୍ତି । କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମିଳିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା କାରଣରୁ ରାଜ୍ୟର ୬୯୪୪ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରି କହିଛନ୍ତି ଯେ, ସାମ୍ବାଦିକମାନେ କରୋନା ନେଇ ଲୋକଙ୍କୁ ସଚେତନ କରାଉଛନ୍ତି । କରୋନା ଲଢ଼େଇରେ ସାମ୍ବାଦିକମାନେ ବଡ଼ ସହଯୋଗ କରୁଛନ୍ତି । ସେହିଭଳି ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଚିକିତ୍ସା ପାଇଁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଛି ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।