ଘରଠୁ ୫୦୦ମିଟର ଦୂରତା ଭିତରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଭିତରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ ଲୋକେ । ଚାଲି ଚାଲି ଯାଇ ଲୋକେ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ କୁହାଯାଇଛି ଲକଡାଉନ ଅବଧି ମଧ୍ୟରେ ପୂର୍ବ ପରି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତର ରହିବ । ଲକଡାଉନ ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ । ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ । ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ, ଟେଲି ମେଡିସିନ ସେବା ଜାରି ରହିବ । ଏନେଇ ଓଡ଼ିଶାର ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।
ଏହି ଲକଡାଉନ ବେଳେ ଲକଡାଉନ ସମୟରେ ଟିକାକରଣ ଜାରି ରହିବ । ଲୋକେ ନିଜର କୋଭିଡ ପରୀକ୍ଷା କରାଇପାରିବେ । ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ରହିବ ନାହିଁ । ରାଜ୍ୟ ଭିତରେ ଓ ବାହାରେ ଆମ୍ବୁଲାନଅବାଧରେ ଚଳାଚଳ କରିବ । ବ୍ୟାଙ୍କ ଓ ଏଟିଏମ ସେବା ଜାରି ରହିବ । ଲୋକେ ହୋଟେଲ ବା ରେସ୍ତୋରାଁରେ ବସି ଖାଇ ପାରିବେ ନାହିଁ । କେବଳ ପାର୍ସଲ ନେବାକୁ ଅନୁମତି ଦିଆଯିବ । ଲକଡାଉନ ଓ ସଟଡାଉନ ସମୟରେ ଅନଲାଇନ ଡେଲିଭରୀ ଓ ହୋମ ଡେଲିଭରୀକୁ ଅନୁମତି ରହିଛି । ସମସ୍ତ ପ୍ରକାରର ଔଷଧ ଦୋକାନ ଖୋଲା ରହିବ । କ୍ଷୀର, ମାଛ, ମାଂସ ଓ ଅଣ୍ଡା ଦୋକାନ ଖୋଲା ରହିବ । କିନ୍ତୁ ଦୋକାନ ମଧ୍ୟରେ ୩୦ଫୁଟ ଦୂରତା ରହିବ । ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ, ଟେଲି ମେଡିସିନ ସେବା ଜାରି ରହିବ । ଗ୍ୟାରେଜ ଓ ଗାଡ଼ି ମରାମତି ଦୋକାନ ଖୋଲା ରହିବ ।
ଦିଆଯାଇଥିବା ସୂଚନା ଅନୁସାରେ ଘରଠୁ ୫୦୦ମିଟର ଦୂରତା ଭିତରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଭିତରେ ସୋମବାରରୁ ଶୁକ୍ରବାର ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ ଲୋକେ । ଶନିବାର ଓ ରହିବାର ଏହି ସେବା ଉପଲବ୍ଧ ହେବ ନାହିଁ । ଔଷଧ ଦୋକାନକୁ ଯାଇ ଲୋକେ ଔଷଧ କିଣିପାରିବେ । ସକାଳ ୫ଟାରୁ ୮ଟା ପର୍ଯ୍ୟନ୍ତ ଖବରକାଗଜ ବିତରଣ ହେବ । ବୈଦୁତିକ, ମୁତ୍ରିତ ଏବଂ ୱେବ ମିଡିଆକୁ ଅନୁମତି ।ପେଟ୍ରୋଲ ପମ୍ପ ଓ ରୋଷେଇ ଗ୍ୟାସ ଯୋଗାଣକୁ ଅନୁମତି ରହିବା ସହ ସମ୍ପୂର୍ଣ୍ଣ କଟକଣା ମୁକ୍ତ ରହିବ ଚାଷ ସମ୍ପର୍କିତ କାର୍ଯ୍ୟକ୍ରମ ଜାରୀ ରହିବ । ଇଲେକ୍ଟ୍ରିସିଆନ,ମୋଟର ମେକାନିକ, ପାଇପ ମିସ୍ତ୍ରୀ ସେବା ଯୋଗାଇ ପାରିବେ ।
ସେହିପରି ଲକଡାଉନ ସମୟରେ ଯାତ୍ରୀବାହୀ ବସ ଚଳାଚଳ ଉପରେ କଟକଣା ରହିବ । ସେହିପରି ଅଟୋ ରିକ୍ସା, ଟ୍ୟାକ୍ସି, କ୍ୟାବ ଚଳାଚଳ ଉପରେ କଟକଣା ରହିବ । ସମସ୍ତ ଶିକ୍ଷାନୁଷ୍ଠାନ ଓ କୋଚିଂ ସେଂଟର ବନ୍ଦ ରହିବ । ସିନେମା ହଲ୍, ମଲ୍, ଜିମ୍, ସୁଇମିଂ ପୁଲ, ପାର୍କ ଓ ବାର ବନ୍ଦ ରହିବ । ବିବାହ କାର୍ଯ୍ୟ ପାଇଁ ସର୍ବାଧିକ ୫୦ଜଣଙ୍କୁ ଓ ଅନ୍ତିମ ସଂସ୍କାର ପାଇଁ ସର୍ବାଧିକ ୨୦ଜଣଙ୍କୁ ଅନୁମତି ମିଳିବ । ସାମାଜିକ, ଧାର୍ମିକ, ରାଜନୈତିକ ସମାବେଶ ଉପରେ କଟକଣା ରହିବ । ସେହିପରି ଯାତ୍ରା, ଅପେରା, ସ୍ପା, ସେଲୁନ, ବ୍ୟୁଟି ପାର୍ଲର ବନ୍ଦ ରହିବ । ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ମନା ।