ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ କରୋନାରେ ୧୪ ଜଣଙ୍କର ମୃତ୍ୟୁ ଘଟିିଛି । ଏହା ସହିତ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୦୬୮ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୪ ଜଣ, କେନ୍ଦୁଝରରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଦେବଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼ରୁ ମଧ୍ୟ ଜଣେ ଲେଖାଏଁ ଜୀବନ ହାରିଛନ୍ତି ।