
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୨୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୯୭୫୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୪୦୪୦୬୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୩୫୪୮ ରହିଛି । ଆଜି ଚିହ୍ନଟ ହୋଇଥିବା ୮୨୧୬ ଜଣଙ୍କ ମଧ୍ୟରୁ ୪୬୮୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫୩୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୨୭୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦୨ ଜଣ, ବରଗଡ଼ରୁ ୩୭୫ ଜଣ, ଭଦ୍ରକରୁ ୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୯୮, କଟକରୁ ୪୪୭ ଜଣ, ଦେବଗଡ ଜିଲ୍ଲାରୁ ୯୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୭ ଜଣ, ଗଜପତି ଜିଲ୍ଲାରୁ ୧୨୧, ଗଞ୍ଜାମରୁ ୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦୬ ଜଣ, ଯାଜପୁରରୁ ୩୪୭ ଜଣ, ଝାରସୁଗୁଡ଼ାରୁ ୩୧୬ ଜଣ, କଳାହାଣ୍ଡିରୁ ୨୩୮ ଜଣ, କନ୍ଧମାଳ ଜିଲ୍ଲାରୁ ୭୭ ଜଣ. କେନ୍ଦ୍ରାପଡ଼ାରୁ ୮୭ ଜଣ, କେନ୍ଦୁଝରରୁ ୧୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୨୭୧ ଜଣ, କୋରାପୁଟରୁ ୧୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯୦ ଜଣ, ନବରଙ୍ଗପୁରରୁ ୩୧୯ ଜଣ, ନୟାଗଡ଼ରୁ ୧୯୪ ଜଣ, ନୂଆପଡ଼ାରୁ ୨୬୧ ଜଣ, ପୁରୀରୁ ୪୦୨ ଜଣ, ରାୟଗଡ଼ାରୁ ୨୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୮୫ ଜଣ, ସୋନପୁରରୁ ୨୪୮ ଜଣ, ସୁନ୍ଦରଗଡ଼ରୁ ୬୩୬ ଜଣ ଓ ଷ୍ଟେଟ୍ ପୁଲରୁ ୨୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।