
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗତକାଲି ୧୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହିତ ଜିଲ୍ଲାରେ କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ୧୨ ରହିଥିବା ବେଳେ ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୦ ରହିଛି । ପ୍ରକାଶ ଥାଉକି, ଗଞ୍ଜାମ ଜିଲ୍ଲାରେ ଗତକାଲି ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ୨୪ ଘଂଟା ମଧ୍ୟରେ ପଜିଟିଭ୍ ସଂଖ୍ୟାରେ କିଛି ମାତ୍ରାରେ ହ୍ରାସ ଘଟିଥିବା ଜଣାପଡିଛି ।