ତାମିଲନାଡୁରେ ଗତ ୨୪ ଘଂଟାରେ ୨୦,୯୫୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୦,୯୫୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୨୩,୨୫୮ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୧୦୯ ହୋଇଛି ।
ମିଜୋରାମରେ ୧୦୫ କରୋନାର ନୂଆ ମାମଲା
ଆଇଜଲ, ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୧୦୫ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୩୮୮ହୋଇ ଯାଇଛି ।