ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୨,୨୩୬ କରୋନାର ନୂଆ ମାମଲା, ୯୮ ମୃତ
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୨,୨୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯୮ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୬,୬୩୯ହୋଇ ଯାଇଛି । ବର୍ତମାନ ସୁଦ୍ଧା ୬,୦୦୩ ଜଣଙ୍କର ମୃତ୍ୟୁ ଘଟିଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୨୦,୦୩୪ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୨୦,୦୩୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୮୪,୦୨୮ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୮,୨୮୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।