ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୯୫୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୯୫୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୩୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୦,୪୧୯ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୭,୭୫୨ ଜଣଙ୍କର ମୃତ୍ୟୁ ଘଟିଛିା
କେରଳରେ ଗତ ୨୪ ଘଂଟାରେ ୪୧,୯୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୪୧,୯୫୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।