
ଭୁବନେଶ୍ୱର, ମୁମ୍ବାଇରେ ଥିବା ଓଡିଶା ଭବନକୁ ବ୍ୟବହାର କରୁଥିବା ନଭିମୁମ୍ବାଇ ମହାନଗର ନିଗମକୁ ଭଡା ଛାଡ୍ କରିଛନ୍ତି ରାଜ୍ୟ ସରକାର । ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି ।କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇ ରେ ରୋଗୀ ଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଥିଲେ । ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀ ର ଏ ବିପଦ ସମୟରେ ମାନବିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଚ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନାଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ରକୁ ଜରୁରୀ ଭିତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।