କର୍ଣାଟକରେ ଗତ ୨୪ ଘଂଟାରେ ୪୯,୦୫୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୯,୦୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୨୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୧୭୦୭୫ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୭୨୧୨ଜଣଙ୍କର ମୃତ୍ୟୁ ଘଟିଛି ।