ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୩୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଗତକାଲି ଜିଲ୍ଲାରେ ୨୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ, ଗତକାଲି ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଅନ୍ୟ ଜଣକର ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି । ଏମାନେ ସମସ୍ତେ ପୁରୁଷ ଏବଂ କରୋନା ପଜିଟିଭ୍ ଚିହ୍ନଟ ପରେ ମେଡିକାଲରେ ଭର୍ତି ହୋଇଥିଲେ । ଜିଲ୍ଲାରେ କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ୧୫ ରହିଥିବା ବେଳେ ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୩ ରହିଛି ।