ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୧୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୧୮୦ ହୋଇ ଯାଇଛି । ଗତକାଲି କରୋନାରେ ରାଜ୍ୟରେ ୨୧ ଜଣଙ୍କ ଜୀବନ ଯାଇଥିଲା । ଅନୁଗୁଳ ଜିଲ୍ଲାର ଜଣେ ୪୭ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ରେ ପୀଡିତ ଥିଲେ । ବଲାଙ୍ଗୀର ଜିଲ୍ଲାର ଜଣେ ୬୧ ବର୍ଷୀୟ କରୋନା ସଂକ୍ରମିତଙ୍କ ମଧ୍ୟ ମୃତ୍ୟୁ ଘଟିଛି । ଭଦ୍ରକ ଜିଲ୍ଲାର ଜଣେ ୫୨ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୂୁବନେଶ୍ୱରର ଜଣେ ୫୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ ଢେଙ୍କାନାଳ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ ଗଂଜାମ ଜିଲ୍ଲାର ୬୫ ବର୍ଷୀୟା କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଜପତି ଜିଲ୍ଲାର ଜମେ ୫୨ ବର୍ଷୀୟ ପୁରୁଷ, ଯାଜପୁର ଜିଲ୍ଲାର ଜଣେ ୩୦ ବର୍ଷୀୟ ପୁରଷ. ଝାରସୁଗୁଡା ଜିଲ୍ଲାର ଜଣେ ୫୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ଖୋର୍ଧା ଜିଲ୍ଲାର ଜଣେ ୫୬ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ଜିଲ୍ଲାର ଅନ୍ୟ ଜଣେ ୭୧ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କଳାହାଣ୍ଡି ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ. ଜଣେ ୩୫ ଓ ଅନ୍ୟ ଜଣେ ୪୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛିି । ରାୟଗଡା ଜିଲ୍ଲାର ଜଣେ ୪୬ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ଜଣେ ୩୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛିି । ସୁବର୍ଣପୁର ଜିଲ୍ଲାର ଜଣେ ୩୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ ଜିଲ୍ଲାର ଜଣେ ୨୮ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛିି ।