-
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଅନୁରୋଧ ରଖିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର, ଓଡ଼ିଶାର ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ପ୍ରତିଷ୍ଠା କରିବା ପାଇଁ ମହାନଦୀ କୋଲ ଫିଲ୍ଡ(ଏମସିଏଲ୍) ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ସୁନ୍ଦରଗଡ ଲୋକସଭା ସାଂସଦ ଜୁଏଲ ଓରାମ, ବରଗଡ ସାଂସଦ ସୁରେଶ ପୂଜାରୀ, ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖି ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୁଳ ଜିଲ୍ଲାରେ ୩ଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ । ଏହାଦ୍ୱାରା ଉକ୍ତ ଜିଲ୍ଲାର ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ ।ଏହି ପତ୍ରର ପ୍ରତ୍ୟୁତରରେ ଶ୍ରୀ ଯୋଶୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ର ଲେଖି କହିଛନ୍ତି ଯେ ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଂଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଏମଏସିଏଲ ବୋର୍ଡ ଅନୁମୋଦନ ଦେଇଥିବା ସେ କହିଛନ୍ତି ।
ପ୍ରାଥମିକ ଶିକ୍ଷା ସ୍ତରରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ଜାତୀୟ ଶିକ୍ଷା ନୀତି ୨୦୨୦ରେ ମୁଖ୍ୟ ଏଜେଣ୍ଡା ରହିଛି । ଏହି ଖଣିଖାଦାନ ଅଂଚଳରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବା ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଗୁଣାତ୍ମକ ଶିକ୍ଷା ପାଇପାରିବେ ଏବଂ ସ୍ଥାନୀୟ ଲୋକଙ୍କର ଆକାଂକ୍ଷା ମଧ୍ୟ ପୂରଣ ହୋଇପାରିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO