-
ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକ ନିକଟରେ ୮୪ ଲକ୍ଷରୁ ଅଧିକ ଡୋଜ ଟିକାକରଣ ପାଇଁ ଉପଲବ୍ଧ ଅଛି
ଭାରତ ସରକାର ଏପର୍ଯ୍ୟନ୍ତ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକୁ ବିନାମୂଲ୍ୟରେ ୧୭.୪୯ କୋଟିରୁ ଅଧିକ (୧୭,୪୯,୫୭,୭୭୦) ଟିକା ଡୋଜ ପ୍ରଦାନ କରି ସାରିଲେଣି । ଆଜି ସକାଳ ୮ଟା ପର୍ଯ୍ୟନ୍ତ ହସ୍ତଗତ ତଥ୍ୟ ଅନୁଯାୟୀ ଏଥିରୁ ସମୁଦାୟ ୧୬,୬୫,୪୯,୫୮୩ ଡୋଜ (ଏଥିରେ ନଷ୍ଟ ହୋଇଥିବା ଡୋଜ ମଧ୍ୟ ସାମିଲ ଅଛି) ପ୍ରଦାନ କରାଯାଇଛି ।
ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକ ନିକଟରେ ୮୪ ଲକ୍ଷରୁ ଅଧିକ (୮୪,୦୮,୧୮୭) ଡୋଜ ଟିକାକରଣ ପାଇଁ ଉପଲବ୍ଧ ଅଛି । କିଛି ରାଜ୍ୟ ଯୋଗାଣ ତୁଳନାରେ ଅଧିକ ଟୀକା ଉପଯୋଗ (ନଷ୍ଟ ହୋଇଥିବା ଡୋଜ ସମେତ) ହୋଇଥିବା ଦର୍ଶାଇଛନ୍ତି । ତେବେ ସେମାନେ ସଶସ୍ତ୍ର ସେନାକୁ ଯୋଗାଇ ଦିଆଯାଇଥିବା ଟିକା ହିସାବକୁ ନେଇ ନାହାନ୍ତି ।
ଏହାସହିତ, ଆଗାମୀ ତିନ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକୁ ଅତିରିକ୍ତ ୫୩ ଲକ୍ଷ (୫୩,୨୫,୦୦୦) ଟିକା ଡୋଜ ପ୍ରଦାନ କରାଯିବ ।