ଆସାମରେ କରୋନାର ମାମଲା ୫୭୫୬ରେ ପହଂଚିଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୫୭୫୬ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୩୬,୭୯୯ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୩,୬୦୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୩,୬୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୬୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୮,୨୧୩ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୭୫,୨୭୭ ଜଣ ମୃତ୍ୟୁବରଣ କରିଛନ୍ତି ।