କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୬୬,୧୬୧ ନୂଆ ମାମଲା
ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୬୬,୧୬୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୭୫୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୨,୨୬,୬୨,୫୭୫ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭,୪୫,୨୩୭ ଥିବା ବେଳେ ବର୍ତମାନ ସୁଦ୍ଧା ୨,୪୬,୧୧୬ ଜଣ ମୃତ୍ୟୁ ବରଣ କରିଛନ୍ତି ।