ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୧୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୧୯୭ ହୋଇ ଯାଇଛି । ଗତକାଲି କରୋନାରେ ରାଜ୍ୟରେ ୧୯ ଜଣଙ୍କ ଜୀବନ ଯାଇଥିଲା । ଅନୁଗୁଳ ଜିଲ୍ଲାର ଜଣେ ୪୧ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗୀର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମଧ୍ୟ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୪୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ଭୂୁବନେଶ୍ୱରର ଜଣେ ୮୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଢେଙ୍କାନାଳ ଜିଲ୍ଲାର ଜଣେ ୪୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଖୋର୍ଧା ଜିଲ୍ଲାର ୪୨ ବର୍ଷୀୟା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । କଳାହାଣ୍ଡି ଜିଲ୍ଲାର ଜଣେ ୪୨ ବର୍ଷୀୟ ମହିଳା, କଳାହାଣ୍ଡି ଜିଲ୍ଲାର ଜଣେ ୪୭ ବର୍ଷୀୟ ପୁରଷ. କଳାହାଣ୍ଡି ଜିଲ୍ଲାର ଜଣେ ୩୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୫୭ ବର୍ଷୀୟା ପୁରୁଷଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ଜିଲ୍ଲାର ଅନ୍ୟ ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ରାୟଗଡା ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ ଜଣେ ୪୮ ବର୍ଷୀୟା ମହିଳା ଓ ଅନ୍ୟ ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୬୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ଆକ୍ରାନ୍ତ ମହିଳା ଓ ଅନ୍ୟ ଜଣେ ୪୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛିି ।