ଉତର ପ୍ରଦେଶରେ ୨୩,୩୩୩ କରୋନା ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୨୩,୩୩୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨,୩୩,୯୮୧ସକ୍ରିୟ ମାମଲା ରହିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୮,୮୯୭ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୮,୮୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩୬ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୩,୮୦,୨୫୯ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୫,୬୪୮ହୋଇଛି ।