କେରଳରେ ଗତ ୨୪ ଘଂଟାରେ ୩୫,୮୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୩୫,୮୦୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୨୩,୫୧୪ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩,୩୩୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩,୩୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୬,୨୩୨ହୋଇ ଯାଇଛି ।