ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨,୬୫୧ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨,୬୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୧୯ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୫, ୨୫୮ହୋଇ ଯାଇଛି ।
ମଣିପୁରରେ ୪୨୪ କରୋନାର ନୂଆ ମାମଲା
ଇମ୍ଫାଲ ମଣିପୁରରେ ଗତ ୨୪ ଘଂଟାରେ ୪୨୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୬୦୪ ହୋଇ ଯାଇଛି ।