ଗୁଜରାତରେ ଗତ ୨୪ ଘଂଟାରେ ୧୧,୫୯୨ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୧,୫୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୩୬,୧୫୮ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୮,୫୧୧ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୯,୩୦୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୯,୩୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୯୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୭୩,୬୮୩ ହୋଇଛି ।