
ପୁରୀ,ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କ ଶ୍ରୀମୁଖ ଶୃଙ୍ଗାର ଅର୍ଥାତ୍ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଏହି ଗୁପ୍ତ ସେବା ଆରମ୍ଭ ହେବ । ଏଥିପାଇଁ ଗର୍ଭଗୃହର ଦ୍ୱାର ପ୍ରାୟ ୪ ଘଂଟା ବନ୍ଦ ରହିବ । ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ଏହା ପରେ ଅନ୍ୟାନ୍ୟ ନୀତିକାନ୍ତି ସମାପନ ହେବ । ଏଠାରେ ଉଲ୍ଲେଖଯୋଗ୍ୟ, କରୋନା କଟକଣା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ ଦର୍ଶନ ବନ୍ଦ ରହିଛି ।