

ଭୁବନେଶ୍ୱର- ଟ୍ୱିନ ସିଟି ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ପବନ ଏବଂ ବିଜୁଳି ଘଡଘଡି ଲାଗିରହିଛି । ଉତର ଓ ଉପକୂଳର ସମସ୍ତ ଜିଲ୍ଲାରେ ମଧ୍ୟ କାଳବୈଶାଖୀ ସକ୍ରିୟ ରହିଛି । ଏହି ସମୟରେ ପାଣିପାଗ ସହିତ ଅବଗତ ରହିବା ସହ ବିଜୁଳିଘଡଘଡି ସମୟରେ ନିରାପଦ ସ୍ଥାନରେ ନିଜକୁ ସୁରକ୍ଷିତ ରଖିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ଅପରପକ୍ଷରେ ସବୁ ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
ଆଂଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୭ ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରିଛିପାଣିପାଗ ବିଭାଗ । ଏହି ସମୟରେ ଘଂଟାକୁ ୪୦ରୁ ୫୦ କିଲୋମିଟରବେଗରେ ପବନ ବହିବ ।
ସେହିପରି ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତୋଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା କରାଯାଉଛି । ଏହସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।