ଭଦ୍ରକ – ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୧୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୫୭୧ କୁ ବୃଦ୍ଧି ପାଇଛି ।
ସେହିପରି ଗତକାଲି ୨୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜିଲ୍ଲାରେ ମୋଟ୍ ସୁସ୍ଥ ସଂଖ୍ୟା ୧୦,୨୮୭ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୯ ରହିଛି । ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨ ରହିଛି ।