ଗଞ୍ଜାମ – ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୩୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୨୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ।
ସେହିପରି ଆଜି ଆଉ ଜଣକର ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ୬୧ ବର୍ଷିୟା ମହିଳା । ଏହାକୁ ମିଶାଇ ଜିଲ୍ଲାରେ କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ୨୨ କୁ ବୃଦ୍ଧି ପାଇଛି । ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୦ ରେ ପହଂଚିଛି ।