ଭୁବନେଶ୍ୱର – ରାଜ୍ୟରେ ଗୋଟିଏ ଦିନରେ ୧୨୮୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୯୨୩୮୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୫୭୭୯୮୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୧୧୮୬୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୨୮୫୨ ଜଣଙ୍କ ମଧ୍ୟରୁ ୭୧୯୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୬୫୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୯୦୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୦୮ ଜଣ, ବରଗଡ଼ରୁ ୪୬୧ ଜଣ, ଭଦ୍ରକରୁ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୩୪୭, କଟକରୁ ୧୦୭୩ ଜଣ, ଦେବଗଡ ଜିଲ୍ଲାରୁ ୧୦୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୮୨ ଜଣ, ଗଜପତି ଜିଲ୍ଲାରୁ ୭୭ , ଗଞ୍ଜାମରୁ ୩୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୦୦ ଜଣ, ଯାଜପୁରରୁ ୩୩୭ ଜଣ, ଝାରସୁଗୁଡ଼ାରୁ ୩୯୯ ଜଣ, କଳାହାଣ୍ଡିରୁ ୬୬୮ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୪ ଜଣ. କେନ୍ଦ୍ରାପଡ଼ାରୁ ୨୮୫ ଜଣ, କେନ୍ଦୁଝରରୁ ୧୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୯୦୯ ଜଣ, କୋରାପୁଟରୁ ୨୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫୮୬ ଜଣ, ନବରଙ୍ଗପୁରରୁ ୩୪୪ ଜଣ, ନୟାଗଡ଼ରୁ ୩୩୧ ଜଣ, ନୂଆପଡ଼ାରୁ ୭୦ ଜଣ, ପୁରୀରୁ ୪୭୨ ଜଣ, ରାୟଗଡ଼ାରୁ ୧୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୫୫ ଜଣ, ସୋନପୁରରୁ ୫୫ ଜଣ, ସୁନ୍ଦରଗଡ଼ରୁ ୮୪୮ ଜଣ ଓ ଷ୍ଟେଟ୍ ପୁଲରୁ ୩୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୬ ଗିରଫ, ୧୧୨ ବାହନ ଜବତ
ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୬ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୧୨ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୪,୬୯,୬୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।