
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୫୪୯ ହୋଇ ଯାଇଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟା ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି ଜିଲ୍ଲାରେ ୪-୪ ଜଣ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଓ ସୁବର୍ଣପୁରରେ ୩-୩ ଜଣ ତଥା ଗଂଜାମ ଓ କେନ୍ଦୁଝର ଜିଲ୍ଲାରେ ୨-୨ ଜଣ ମୃତ୍ୟୁବରଣ କରିଛନ୍ତି । ଦେବଗଡ, ଯାଜପୁର, କନ୍ଧମାଳ, କୋରାପୁଟ ଜିଲ୍ଲାରେ ୧-୧ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO