

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟାରେ
ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଠିକ୍ ସେହିପରି ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଜୀବନ ହରାଇଥିବା ବେଳେ ସେହିପରି ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ତେବେ ପୁରୀ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।