
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୬୧୮ ହୋଇ ଯାଇଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟାରେ
ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଠିକ୍ ସେହିପରି ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଜୀବନ ହରାଇଥିବା ବେଳେ ସେହିପରି ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ତେବେ ପୁରୀ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO