
ବାରିପଦା, ମୟୂରଭଞ୍ଜ ଜିଲ୍ଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ଚେନ୍ ଭାଙ୍ଗିବାର ନାମ ଧରୁନାହିଁ । ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଥିବା ସମୟରେ ୟସ ବାତ୍ୟାକୁ ନେଇ ଜିଲ୍ଲାରେ କୋଭିଡ଼-୧୯ ପରୀକ୍ଷା ଗତ ମଇ ୨୫ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିଛି । ଏହି ସମୟରେ ଆଜି ଓଡ଼ିଶାରୁ ଚିହ୍ନଟ ହୋଇଥିବା ୬,୭୩୬ କରୋନା ପଜିଟିଭ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ୩୪ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି ଏବଂ ସଂକ୍ରମିତମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୨୬,୫୪୫ରେ ପହଁଚିଛି । ସେହିପରି ମଇ ୨୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରୁ ୮୨.୬୨ ପ୍ରତିଶତ ହାରରେ ୨୧,୯୩୨ ଜଣ ସୁସ୍ଥ ହୋଇ ଫେରିଥିବା ସମୟରେ ଆଜି ପୂର୍ବାହ୍ନ ସୁଦ୍ଧା ୧୭.୦୨ ପ୍ରତିଶତ ହାରରେ ୪,୫୧୮ ଜଣ ସକ୍ରିୟ ଥାଇ ହୋମ ଆଇସୋଲେସନ, କୋଭିଡ଼ କେୟାର ସେଂଟର, କୋଭିଡ଼ ହସପିଟାଲ, ବାରିପଦା ପିଆରଏମ ମେଡ଼ିକାଲ ସ୍ଥିତ ସ୍ୱତନ୍ତ୍ର ୱାର୍ଡ଼ ଓ କଟକ-ଭୁବନେଶ୍ୱର ଆଦିରେ ଚିକିତ୍ସା ହେଉଛନ୍ତି । ସେହିପରି ମଇ ୨୫ ତାରିଖ ମଧ୍ୟରେ କୋଭିଡ଼-୧୯ ଭୂତାଣୁରେ ଆକ୍ରାନ୍ତ ଥାଇ ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲାରୁ ମୋଟ୍ ୯୫ ଜଣଙ୍କର ମୃତ୍ୟୁ ହୋଇଥିବାର ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ଜଣାପଡ଼ିଛି । କେବଳ ଚଳିତ ମଇ ମାସର ୨୭ ଦିନରେ ଜିଲ୍ଲାରୁ ସର୍ବକାଳୀନ ରେକର୍ଡ଼ ସଂଖ୍ୟକ ୯,୫୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୬ ଦିନରେ ୬,୫୧୯ ଜଣ ସୁସ୍ଥ ହୋଇ ଫେରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO