
ଗଞ୍ଜାମ,ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୨୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି । ସେହିପରି କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ୨୭ ରହିଛି । ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫ ରହିଛି ।