ଆଜି ଚିହ୍ନଟ ହୋଇଥିବା ୭୨୧୬ ଜଣଙ୍କ ମଧ୍ୟରୁ ୪୦୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୧୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲା ରେ ସବୁଠାରୁ ଅଧିକ ୧୦୯୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧୫ ଜଣ, ବରଗଡ଼ରୁ ୩୩୧ ଜଣ, ଭଦ୍ରକରୁ ୨୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୪୮ , କଟକରୁ ୧୦୯୧ ଜଣ, ଦେବଗଡ ଜିଲ୍ଲାରୁ ୬୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨୮ ଜଣ, ଗଜପତି ଜିଲ୍ଲାରୁ ୩୮ , ଗଞ୍ଜାମରୁ ୧୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୮୩ ଜଣ, ଯାଜପୁରରୁ ୨୪୧ ଜଣ, ଝାରସୁଗୁଡ଼ାରୁ ୬୪ ଜଣ, କଳାହାଣ୍ଡିରୁ ୧୫୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୧ ଜଣ. କେନ୍ଦ୍ରାପଡ଼ାରୁ ୪୮୭ ଜଣ, କେନ୍ଦୁଝରରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୮୦୯ ଜଣ, କୋରାପୁଟରୁ ୨୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୨୪୨ ଜଣ, ନୟାଗଡ଼ରୁ ୧୬୪ ଜଣ, ନୂଆପଡ଼ାରୁ ୬୬ ଜଣ, ପୁରୀରୁ ୧୧୦ ଜଣ, ରାୟଗଡ଼ାରୁ ୨୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୪୧ ଜଣ, ସୋନପୁରରୁ ୭୪ ଜଣ, ସୁନ୍ଦରଗଡ଼ରୁ ୧୮୪ ଜଣ ଓ ଷ୍ଟେଟ୍ ପୁଲରୁ ୧୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।