-
ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କ୍ଷୟକ୍ଷତି ଜାଣିବା ପାଇଁ ଆକାଶମାର୍ଗରୁ କଲେ ନୀରିକ୍ଷଣ

ଭୁବନେଶ୍ୱର, ବାତ୍ୟା ୟାସ କାରଣରୁ ହୋଇଥିବା କ୍ଷୟକ୍ଷତି ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ଏ ନେଇ ଆୟୋଜିତ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି । ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀ ବାତ୍ୟା ପ୍ରଭାବିତ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଆକାଶମାର୍ଗରୁ ନୀରିକ୍ଷଣ କରିଛନ୍ତି ।
ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ମୁଖ୍ୟ ସଚିବ ସୁରେଶ ମହାପାତ୍ର, ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା, ପୋଲିସ ମହା ନିର୍ଦେଶକ ଅଭୟ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO