

ଆଜି ଓଡ଼ିଶାରୁ ଚିହ୍ନଟ ହୋଇଥିବା ୯,୫୪୧ କରୋନା ପଜିଟିଭ କେଶ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ଗତ ୨୪ ତାରିଖର ୬୬୨ ରେକର୍ଡ଼କୁ ଭାଙ୍ଗି ୬୯୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏବଂ ସଂକ୍ରମିତମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୨୭, ୫୮୭ରେ ପହଁଚିଛି । ସେହିପରି ମଇ ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରୁ ୮୫.୨୧ ପ୍ରତିଶତ ହାରରେ ୨୩, ୫୦୬ ଜଣ ସୁସ୍ଥ ହୋଇ ଫେରିଥିବା ସମୟରେ ଆଜି ପୂର୍ବାହ୍ନ ସୁଦ୍ଧା ୧୪.୪୫ ପ୍ରତିଶତ ହାରରେ ୩,୯୮୬ ଜଣ ସକ୍ରିୟ ଥାଇ ହୋମ ଆଇସୋଲେସନ, କୋଭିଡ଼ କେୟାର ସେଂଟର, କୋଭିଡ଼ ହସପିଟାଲ, ବାରିପଦା ପିଆରଏମ ମେଡ଼ିକାଲ ସ୍ଥିତ ସ୍ୱତନ୍ତ୍ର ୱାର୍ଡ଼ ଓ କଟକ-ଭୁବନେଶ୍ୱର ଆଦିରେ ଚିକିତ୍ସା ହେଉଛନ୍ତି ଏବଂ ମଇ ୨୯ ତାରିଖ ପର୍ଯ୍ୟନ୍ତ ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲାରୁ ମୋଟ୍ ୯୫ ଜଣଙ୍କର ମୃତ୍ୟୁ ହୋଇଥିବାର ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ଜଣାପଡ଼ିଛି ।