
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୧୫୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୩୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି । ଏଥି ସହ ଆଜି ଆଉ ଜଣେ ଆକ୍ରାନ୍ତ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ୬୨ ବର୍ଷିୟ ପୁରୁଷ । ପୂର୍ବରୁ ସେ ମଧୁମେହ ରୋଗରେ ଆକ୍ରାନ୍ତ ଥିଲେ । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି । ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୬ କୁ ବୃଦ୍ଧି ପାଇଛି ।