ଆଜି ଚିହ୍ନଟ ହୋଇଥିବା ୯୫୪୧ ଜଣଙ୍କ ମଧ୍ୟରୁ ୫୩୪୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୧୯୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରେ ସବୁଠାରୁ ଅଧିକ ୧୩୪୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦୨ ଜଣ, ବରଗଡ଼ରୁ ୨୮୪ ଜଣ, ଭଦ୍ରକରୁ ୪୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୭୭ , କଟକରୁ ୭୧୬ ଜଣ, ଦେବଗଡ ଜିଲ୍ଲାରୁ ୬୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୭ ଜଣ, ଗଜପତି ଜିଲ୍ଲାରୁ ୬୯ , ଗଞ୍ଜାମରୁ ୧୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୯୯ ଜଣ, ଯାଜପୁରରୁ ୪୮୯ ଜଣ, ଝାରସୁଗୁଡ଼ାରୁ ୧୪୦ ଜଣ, କଳାହାଣ୍ଡିରୁ ୩୧୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୭ ଜଣ. କେନ୍ଦ୍ରାପଡ଼ାରୁ ୧୧୪ ଜଣ, କେନ୍ଦୁଝରରୁ ୧୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୩୪୨ ଜଣ, କୋରାପୁଟରୁ ୨୧୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୬୯୫ ଜଣ, ନବରଙ୍ଗପୁରରୁ ୨୫୪ ଜଣ, ନୟାଗଡ଼ରୁ ୨୩୦ ଜଣ, ନୂଆପଡ଼ାରୁ ୫୦ ଜଣ, ପୁରୀରୁ ୫୨୮ ଜଣ, ରାୟଗଡ଼ାରୁ ୧୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୨୯ ଜଣ, ସୋନପୁରରୁ ୨୪୫ ଜଣ, ସୁନ୍ଦରଗଡ଼ରୁ ୫୯୫ ଜଣ ଓ ଷ୍ଟେଟ୍ ପୁଲରୁ ୨୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୨ ଗିରଫ, ୧୩୫ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୨ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୩୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୭,୧୯,୮୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।