ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୧୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୧୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ।
ଏଥି ସହ ଆଜି ଆଉ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଦ୍ୱୟଙ୍କ ମଧ୍ୟରୁ ଜଣେ ୭୦ ବର୍ଷିୟା ବୃଦ୍ଧା ଓ ଅନ୍ୟ ଜଣେ ୭୪ ବର୍ଷିୟ ବୃଦ୍ଧ । ବୃଦ୍ଧା ଜଣକ ପୂର୍ବରୁ ମଧୁମେହ ରୋଗରେ ଆକ୍ରାନ୍ତ ଥିଲେ । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି । ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୮ କୁ ବୃଦ୍ଧି ପାଇଛି ।