
ଭଦ୍ରକ, ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୧୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୬୩୭ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାର ୧୮ ଜଣ ଜିଲ୍ଲା ବାହାରେ ବିଭିନ୍ନ ମେଡ଼ିକାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗତକାଲି ୪୮୨ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ସୁସ୍ଥ ସଂଖ୍ୟା ୧୩, ୬୮୦କୁ ବୃଦ୍ଧି ପାଇଛି । ଆଜି ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୭୭ ରହିଛି । ଏବଂ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩ ରହିଛି ।