ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୮୭୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୭୩୭୩୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୬୮୦୯୩୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୮୯୯୫୬ ରହିଛି । ଆଜି ଚିହ୍ନଟ ହୋଇଥିବା ୮୭୩୫ ଜଣଙ୍କ ମଧ୍ୟରୁ ୪୮୯୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୮୪୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରେ ସବୁଠାରୁ ଅଧିକ ୧୨୨୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୬୬ ଜଣ, ବରଗଡ଼ରୁ ୧୯୩ ଜଣ, ଭଦ୍ରକରୁ ୧୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୩୭ , କଟକରୁ ୬୭୩ ଜଣ, ଦେବଗଡ ଜିଲ୍ଲାରୁ ୬୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦୩ ଜଣ, ଗଜପତି ଜିଲ୍ଲାରୁ ୮୦ , ଗଞ୍ଜାମରୁ ୧୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୮୨ ଜଣ, ଯାଜପୁରରୁ ୫୦୭ ଜଣ, ଝାରସୁଗୁଡ଼ାରୁ ୧୫୭ ଜଣ, କଳାହାଣ୍ଡିରୁ ୧୭୭ ଜଣ, କନ୍ଧମାଳ ଜିଲ୍ଲାରୁ ୬୫ ଜଣ. କେନ୍ଦ୍ରାପଡ଼ାରୁ ୩୮୭ ଜଣ, କେନ୍ଦୁଝରରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୨୨୨ ଜଣ, କୋରାପୁଟରୁ ୨୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୯୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୪୨ ଜଣ, ନବରଙ୍ଗପୁରରୁ ୨୬୪ ଜଣ, ନୟାଗଡ଼ରୁ ୨୮୫ ଜଣ, ନୂଆପଡ଼ାରୁ ୪୦ ଜଣ, ପୁରୀରୁ ୪୬୭ ଜଣ, ରାୟଗଡ଼ାରୁ ୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୭୭ ଜଣ, ସୋନପୁରରୁ ୧୫୬ ଜଣ, ସୁନ୍ଦରଗଡ଼ରୁ ୨୪୪ ଜଣ ଓ ଷ୍ଟେଟ୍ ପୁଲରୁ ୨୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।