ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୭୯୧ ହୋଇ ଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଅନୁଗୁଳରୁ ସର୍ବାଧିକ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି । କଟକ ଓ କଳାହାଣ୍ଡିରୁ ୪ ଲେଖାଏଁ. ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ରୁ ୩ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ା, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ମୁଖରେ ପଡ଼ିଛନ୍ତି । ଅନ୍ୟପକ୍ଷେ ବଲାଙ୍ଗିର, ଗଜପତି, ଗଞ୍ଜାମ, କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କବି ଜୟନ୍ତ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ବିଶିଷ୍ଟ କବି ଜୟନ୍ତ ମହାପାତ୍ର କରୋନାରେ ସଂକ୍ରମିତ ହୋଇ ଏସ୍ସିବି କୋଭିଡ୍ ହସ୍ପିଟାଲ୍ର ଆଇସିୟୁରେ ଚିକିତ୍ସିତ ହେଉଥିବା ବେଳେ ରାଜ୍ୟର ରାଜ୍ୟପାଳ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଭଗବାନଙ୍କ ନିକଟରେ ପ୍ରାର୍ଥନା କରି ଶ୍ରୀ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।