ଆଜି ଚିହ୍ନଟ ହୋଇଥିବା ୮୩୯୯ ଜଣଙ୍କ ମଧ୍ୟରୁ ୪୭୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬୫୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରେ ସବୁଠାରୁ ଅଧିକ ୧୨୨୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୪୦ ଜଣ, ବରଗଡ଼ରୁ ୧୮୯ ଜଣ, ଭଦ୍ରକରୁ ୧୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୬୬ , କଟକରୁ ୬୬୬ ଜଣ, ଦେବଗଡ ଜିଲ୍ଲାରୁ ୮୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୫୧ ଜଣ, ଗଜପତି ଜିଲ୍ଲାରୁ ୮୦ , ଗଞ୍ଜାମରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୬୯ ଜଣ, ଯାଜପୁରରୁ ୫୧୪ ଜଣ, ଝାରସୁଗୁଡ଼ାରୁ ୫୩ ଜଣ, କଳାହାଣ୍ଡିରୁ ୧୯୦ ଜଣ, କନ୍ଧମାଳ ଜିଲ୍ଲାରୁ ୯୫ ଜଣ. କେନ୍ଦ୍ରାପଡ଼ାରୁ ୨୧୯ ଜଣ, କେନ୍ଦୁଝରରୁ ୧୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୧୦୨ ଜଣ, କୋରାପୁଟରୁ ୧୭୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୨୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୮୫ ଜଣ, ନବରଙ୍ଗପୁରରୁ ୨୦୦ ଜଣ, ନୟାଗଡ଼ରୁ ୨୨୩ ଜଣ, ନୂଆପଡ଼ାରୁ ୩୪ ଜଣ, ପୁରୀରୁ ୪୭୫ ଜଣ, ରାୟଗଡ଼ାରୁ ୨୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୯୧ ଜଣ, ସୋନପୁରରୁ ୧୪୩ ଜଣ, ସୁନ୍ଦରଗଡ଼ରୁ ୪୭୭ ଜଣ ଓ ଷ୍ଟେଟ୍ ପୁଲରୁ ୧୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୮ ଗିରଫ, ୨୧୬ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୮ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୨୧୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୮୮,୩୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।