ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୮୩୧ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଅନୁଗୁଳ ସମେତ କଟକ, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଆଜି ୫ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି । ସେହିପରି ଝାରସୁଗୁଡ଼ାରୁ ୪, ବୌଦ୍ଧ ଓ ରାୟଗଡ଼ାରୁ ୩ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଦେବଗଡ଼, ସମ୍ବଲପୁର, ନବରଙ୍ଗପୁରରୁ ୨ ଲେଖାଏଁ ଓ ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ ରୋଗୀ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।